Masthead

ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଗତକାଲି ରାଜଧାନୀର ଛାତିରେ ଘଟିଥିଲା ଏକ ଭୟାଭୟ ବିସ୍ଫୋରଣ । ଯେଉଁଥିରେ ଛିନଭିନ୍ ହୋଇଯାଇଥିଲା ଭୁବନେଶ୍ୱର ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ । କେହି କିଛି ଭାବିବା ପୂର୍ବରୁ ସ୍ଥିତି ହୋଇଯାଇଥିଲା ଅସମ୍ଭାଳ । ତେବେ ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ଜଣ ଗୁରୁତର ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ବେଳେ ଆଜି ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଭାବେ ଅନେକ ଲୋକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଜି ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛି ଇଣ୍ଡିଆନ ଅଏଲ । ଏହି ବିସ୍ଫୋରଣ ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ଏହାସହିତ ଗୁରୁତର ଆହତଙ୍କୁ ୪ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ଏହି ସହାୟତା ଘୋଷଣା କଲା ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ