Masthead

ଆଜିଠୁ ଏକକ ପିଜି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମଥର ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ରାଜ୍ୟର ସସସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ହେବ । ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ୬୮ଟି ଶିକ୍ଷାନୁଷ୍ଠାନରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତିଦିନ ୩ଟି ସିଟିଙ୍ଗରେ ପରୀକ୍ଷା କରାଯିବ ।
୬୨ ହଜାର ୧୮୯ ଛାତ୍ରଛାତ୍ରୀ ଏହି ଏକକ ପିଜି ନାମଲେଖା ପାଇଁ ଆବେଦନ କରିଛନ୍ତି । ୮୩ଟି ପିଜି ବିଷୟରେ ୧୪ ହଜାର ୭ଶହ ସିଟ୍ ପାଇଁ ନାମଲେଖା ହେବ । ପ୍ରତ୍ୟେକ ପରୀକ୍ଷା ପାଇଁ ୯୦ ମିନିଟ ସମୟ ଧାର୍ଯ୍ୟ କରାଯାଇଛି । ଓଏମଆର ସିଟରେ ୭୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ । ଏହାସହ କରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରତି ସିଟିଙ୍ଗ୍ ପରେ ପରୀକ୍ଷାକେନ୍ଦ୍ରକୁ ବିଶୋଧନ କରାଯିବା ସହ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ କରାଯିବ ବୋଲି ସୂଚନା ଦେଇଛନ୍ତି ପିଜି କାଉସିଲ୍ ଅଧ୍ୟକ୍ଷ ପ୍ରଫେସର ବସନ୍ତ ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ