Masthead

ଆଜିଠୁ ଏକକ ପିଜି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମଥର ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ରାଜ୍ୟର ସସସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ହେବ । ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ୬୮ଟି ଶିକ୍ଷାନୁଷ୍ଠାନରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତିଦିନ ୩ଟି ସିଟିଙ୍ଗରେ ପରୀକ୍ଷା କରାଯିବ ।
୬୨ ହଜାର ୧୮୯ ଛାତ୍ରଛାତ୍ରୀ ଏହି ଏକକ ପିଜି ନାମଲେଖା ପାଇଁ ଆବେଦନ କରିଛନ୍ତି । ୮୩ଟି ପିଜି ବିଷୟରେ ୧୪ ହଜାର ୭ଶହ ସିଟ୍ ପାଇଁ ନାମଲେଖା ହେବ । ପ୍ରତ୍ୟେକ ପରୀକ୍ଷା ପାଇଁ ୯୦ ମିନିଟ ସମୟ ଧାର୍ଯ୍ୟ କରାଯାଇଛି । ଓଏମଆର ସିଟରେ ୭୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ । ଏହାସହ କରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରତି ସିଟିଙ୍ଗ୍ ପରେ ପରୀକ୍ଷାକେନ୍ଦ୍ରକୁ ବିଶୋଧନ କରାଯିବା ସହ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ କରାଯିବ ବୋଲି ସୂଚନା ଦେଇଛନ୍ତି ପିଜି କାଉସିଲ୍ ଅଧ୍ୟକ୍ଷ ପ୍ରଫେସର ବସନ୍ତ ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା