Masthead

ଫାର୍ମାସିଷ୍ଟ ଦେଖିପାରିବେ ରୋଗୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଣିକି ଫାର୍ମାସିଷ୍ଟ ଦେଖିପାରିବେ ରୋଗୀ । ଡାକ୍ତରଙ୍କ ଅନୁପସ୍ଥିତିରେ ଦେଇପାରିବେ ଔଷଧ । ରାଜ୍ୟର ଯେଉଁ ସରକାରୀ ହସ୍ପିଟାଲରେ ଡାକ୍ତର ନାହାନ୍ତି, ସେଠାରେ ବୁଝାସୁଝା କରୁଥିବା ଫାର୍ମାସିଷ୍ଟ ରୋଗୀର ଚିକିତ୍ସା କରିପାରିବେ । ଏନେଇ ସରକାର ବିଧିବଦ୍ଧ ଅନୁମତି ଦେଇଛନ୍ତି । ଏଥିପାଇଁ ସେମାନେ କେଉଁ ରୋଗ ପାଇଁ କେଉଁ ଔଷଧ ଦେବେ ତାହାର ତାଲିକା ଜାରି କରିଛନ୍ତି। ଲକ୍ଷଣ ଯୁକ୍ତ ଜ୍ୱର ପାଇଁ ପାରାସିଟାମଲ, ଆଜିଥ୍ରୋମାସିନ୍, ସେଫିକ୍ୱଜାଇମ୍, ଆମୋକ୍ସିସିଲିନ୍ ମେଡିସିନ୍ ଦେଇପାରିବେ ।

ସେହିପରି ମ୍ୟାଲେରିଆ, ଚର୍ମରୋଗ, ଡାଇରିଆ ଓ ଅନ୍ୟ ରୋଗ ପାଇଁ ମଧ୍ୟ ଔଷଧ ତାଲିକା ଜାରି ହୋଇଛି । ଏହି ତାଲିକା ଅନୁସାରେ ଫାର୍ମାସିଷ୍ଟମାନେ ରୋଗୀଙ୍କୁ ଔଷଧ ଦେଇପାରିବେ । ବହୁ ପୂର୍ବରୁ ପଞ୍ଚାବ୍ୟାଧି ଚିକିତ୍ସାରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା । ଯେଉଁଠି ଡାକ୍ତର ନଥିଲା, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା । ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା, ଏବେ ତିନୋଟି ଔଷଧ ଆସିଛି । ଡ୍ରଗ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଗଲା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା