Masthead

ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ, ୯୩ ଲୋକସଭା ଆସନରେ ଚାଲିଛି ଭୋଟିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି। ମତାଧିକାର ମାଧ୍ୟମରେ ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୭ କୋଟିରୁ ଅଧିକ ଭୋଟର୍ । ଏଥିପାଇଁ ୧ଲକ୍ଷ ୮୫ ହଜାର ବୁଥ୍ ହୋଇଛି । ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଥିବା ବେଳେ, ଏହା ପୂର୍ବରୁ ମକ୍ ପୋଲିଂ ହୋଇଥିଲା । ତୃତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ପଶ୍ଚିମବଙ୍ଗ, ଗୋଆ ଏବଂ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉ ପାଇଁ ଭୋଟ ଗ୍ରହଣ ଚାଲିଛି।

ତୃତୀୟ ପର୍ଯ୍ୟାୟରେ ଗୁଜରାଟର ୨୬ରୁ ୨୫ ଲୋକସଭା ଆସନରେ ନିଆଯାଉଛି ଭୋଟ। ସୁରତ ସିଟରେ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ ହେବାରୁ ବିଜେପିର ମୁକେଶ ଦଲାଲ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି କର୍ଣ୍ଣାଟକର ୧୪, ମହାରାଷ୍ଟ୍ରର ୧୧, ତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୮, ଛତିଶଗଡ଼ ୭, ବିହାର ୫ ଏବଂ ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏଁ ସିଟରେ ଭୋଟିଂ ହେଉଛି। ସେହିପରି ଗୋଆର ୨ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉର ୨ଟି ସିଟରେ ହେଉଛି ମତଦାନ। ଏହି ପର୍ୟ୍ୟାୟରେ ହେବାକୁ ଥିବା ଜମ୍ମୁ ଓ କଶ୍ମୀରର ଗୋଟିଏ ଆସନ ପାଇଁ ମତଦାନ ପରବର୍ତ୍ତୀ ପର୍ଯ୍ୟାୟକୁ ଘୁଞ୍ଚାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି