ଆଇଆଇସି ଏବଂ ଦୁଇ ହୋମଗାର୍ଡଙ୍କ ନାଁରେ ଏନଡିପିଏସ ଆକ୍ଟରେ ମାମଲା ରୁଜୁ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଆଇଆଇସି ଏବଂ ଦୁଇ ହୋମଗାର୍ଡଙ୍କ ନାଁରେ ଏନଡିପିଏସ ଆକ୍ଟରେ ମାମଲା ରୁଜୁ । ତତ୍କାଳୀନ ଫିରିଙ୍ଗିଆ ଥାନା ଆଇଆଇସି ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର ନାୟକ ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା। କନ୍ଧମାଳ ଅତିରିକ୍ତ ଏସପି ଲଳିତ କୁମାର ପଟ୍ଟନାୟକଙ୍କ ରିପୋର୍ଟ ଆଧାରରେ ଫିରିଙ୍ଗିଆ ଥାନାରେ ଏହି ମାମଲା ରୁଜୁ ହୋଇଛି।

ସୁଚନା ଅନୁସାରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ସ୍ଥାନୀୟ ଲୋକେ ପୋଲିସ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଧାରଣା ଦେଇଥିଲେ। ଏହି ଘଟଣାକୁ ପରେ ଥାନା ପୋଡ଼ି ଓ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ବି ହୋଇଥିଲା। ଏହି ଘଟଣାରେ ପୋଲିସ ୨୪ ଜଣଙ୍କୁ ଗିରଫ କରିଥିଲା। ପରେ ଆଇଆଇସିଙ୍କୁ ବଦଳି ଓ ନିଲମ୍ବନ ସହ ଦୁଇ ହୋମଗାର୍ଡଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିଲା। ତେବେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ସହ ସେମାନଙ୍କ ଗିରଫ ଦାବି କରି ଆସନ୍ତା ୨୮ ତାରିଖରେ ବିରାଟ ଶୋଭାଯାତ୍ରା ସହ ମହାସମାବେଶ କରିବାକୁ ଡାକରା ଦେଇଛନ୍ତି କନ୍ଧମାଳ ମିଳିତ ମଞ୍ଚ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’