Masthead

ପିଚୁ ରାସ୍ତାରେ କାତ ମାରିଲେ ସୁର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି । ପ୍ରତିବାଦ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଡଙ୍ଗା ରଖି ରାଜଧାନୀର ରାଜରାସ୍ତାରେ ପ୍ରତିବାଦ କରିଛନ୍ତି ବିଧାୟକ । ଅସରାଏ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଜଳବନ୍ଦୀ ହେଉଛି । ତେଣୁ ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ସେ ରାସ୍ତାରେ ମୋଟର ଡଙ୍ଗା ଚଳାଇ ପ୍ରତିବାଦ କରିଛନ୍ତି ।

ବିଳମ୍ବିତ ରାତିରୁ ରାଜ୍ୟ ତମାମ ବର୍ଷା ଜାରି ରହିଥିବା ବେଳେ ରାଜଧାନୀରେ ମଧ୍ୟ ବର୍ଷା ହୋଇଥିଲା । ଏହାର ପ୍ରଭାବରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହେଉଛି । ବିଏମସି ଏନେଇ କୌଣସି ପଦକ୍ଷେପ ନେଉନଥିବାରୁ ବାରମ୍ବାର ଏଭଳି ଅସୁବିଧା ସୃଷ୍ଟି ହେଉଛି । ତେଣୁ ଏହାର ପ୍ରତିବାଦ କରି ସୁରେଶ ରାଉତରାୟଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀ ଏଭଳି ଧାରଣା ଦେଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ