Masthead

ଓଲଟିଲା ପିକଅପ ଭ୍ୟାନ, ୨ ଆହତ

ବସ୍ତା (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ଏଭଳି ଦୁର୍ଘଟଣା ଘଟିଛି ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟରେ । ଭାରସାମ୍ୟ ହରାଇ ରାସ୍ତା ତଳକୁ ପିକଅପ ଭ୍ୟାନଟି ଓଲଟିବା ଫଳରେ ୨ଜଣ ସାମାନ୍ୟ ଆହତ ହୋଇଛନ୍ତି । ପିକଅପ ଭ୍ୟାନ ଚାଳକ ଜଣଙ୍କ ଅତ୍ୟଧିକ ମଦ୍ୟପାନ କରି ଗାଡି ଚଳାଉଥିବାରୁ ଏପରି ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି । ପରେ ସ୍ଥାନୀୟ ଲୋକ ଓ ଚାଳକ ମଧ୍ୟରେ ବଚସା ହୋଇଥିଲା। ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେବାରୁ ଜାତୀୟ ରାଜପଥ ପେଟ୍ରୋଲିଙ୍ଗ ପୋଲିସ ଓ ଅମର୍ଦ୍ଦାରୋଡ଼ ଫାଣ୍ଡି ଅଧିକାରୀ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ