Masthead

ଓଲଟିଲା ପିକଅପ ଭ୍ୟାନ, ୨ ଆହତ

ବସ୍ତା (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ଏଭଳି ଦୁର୍ଘଟଣା ଘଟିଛି ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟରେ । ଭାରସାମ୍ୟ ହରାଇ ରାସ୍ତା ତଳକୁ ପିକଅପ ଭ୍ୟାନଟି ଓଲଟିବା ଫଳରେ ୨ଜଣ ସାମାନ୍ୟ ଆହତ ହୋଇଛନ୍ତି । ପିକଅପ ଭ୍ୟାନ ଚାଳକ ଜଣଙ୍କ ଅତ୍ୟଧିକ ମଦ୍ୟପାନ କରି ଗାଡି ଚଳାଉଥିବାରୁ ଏପରି ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି । ପରେ ସ୍ଥାନୀୟ ଲୋକ ଓ ଚାଳକ ମଧ୍ୟରେ ବଚସା ହୋଇଥିଲା। ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେବାରୁ ଜାତୀୟ ରାଜପଥ ପେଟ୍ରୋଲିଙ୍ଗ ପୋଲିସ ଓ ଅମର୍ଦ୍ଦାରୋଡ଼ ଫାଣ୍ଡି ଅଧିକାରୀ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ