Masthead

ପିକଅପ ଧକ୍କାରେ ନାବାଳକ ମୃତ

ସୋର (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଛିଡ଼ା ହୋଇଥିଲେ ନାବାଳକ । ଅଚାନକ ଆସି ଧକ୍କା ଦେଲା ପିକଅପ ଭ୍ୟାନ । ଘଟଣାସ୍ଥଳରେ ଚାଲିଯାଇଛି ନାବାଳକଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ ଇଶ୍ୱରପୁର ଭିମେଇ ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ଭିମେଇ ଗାଁର ଦିବାକର ମଲ୍ଲିକଙ୍କ ପୁଅ ବିବେକ ରାସ୍ତା କଡରେ ତାଙ୍କ କାକାଙ୍କା ସହ ଠିଆ ହୋଇଥିବା ଦ୍ରୃତ ଗତିରେ ଆସୁଥିବା ପିକଅପ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ବିବେକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଇଶ୍ୱରପୁର ଫାଣ୍ଡି ପୋଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ସ୍ଥାନୀୟ ଲୋକେ ପିକଅପ ଭ୍ୟାନକୁ କାବୁ କରି ନେଇଥିଲେ । ପରେ ପୋଲିସ ଜିମା ଦେଇଛନ୍ତି । ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା