‘ଇସ୍ତଫା ଦେବାର ପ୍ରଶ୍ନ ଉଠୁନି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ନୀତି ଜାଲିଆତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଇଡି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି।ଏହାକୁ ତୀବ୍ର ନିନ୍ଦା କରୁଛନ୍ତି ବିଭିନ୍ନ ରାଜନୈତିକ ଦଳ । ସେପଟେ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ରୁଜୁ ହୋଇଛି ଜନସ୍ୱାର୍ଥ ମାମଲା । ହେଲେ କେଜ୍ରିୱାଲଙ୍କ ଦୃଢୋକ୍ତି ଇସ୍ତଫା ଦେବାର ପ୍ରଶ୍ନ ଉଠୁନି । ବରଂ ଜେଲରୁ ରହି ଦିଲ୍ଲୀରେ ସରକାର ଚଳାଇବେ କହିଛନ୍ତି କେଜ୍ରିୱାଲ ।

କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯାଉ ବୋଲି ଦାବି କରି ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଶୁକ୍ରବାର ଦିଲ୍ଲୀ ହାଇକୋର୍ଟରେ ଏହି ଜନସ୍ୱାର୍ଥ ମାମଲା ଦାୟର ହୋଇଛି । ଆଇନଜୀବୀ ଶଶି ରଞ୍ଜନ କୁମାର ସିଂହଙ୍କ ଜରିଆରେ ସୁରଜିତ ସିଂହ ଯାଦବ ଦାଖଲ କରିଥିବା ଆବେଦନରେ ଦର୍ଶାଯାଇଛି ଯେ ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହେବା ପରେ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ସରକାରଙ୍କ ମୁଖ୍ୟମନ୍ତ୍ରୀ ପଦରେ ବଜାୟ ରଖିବା ସାଧାରଣ ଜନତାଙ୍କ ଦୃଷ୍ଟିରେ ଦିଲ୍ଲୀ ସରକାରଙ୍କ ବିଶ୍ୱସନୀୟତା ଏବଂ ଭାବମୂର୍ତ୍ତିକୁ ଖରାପ କରିଛି ।

କେଜ୍ରିୱାଲଙ୍କୁ ଦିଲ୍ଲୀ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବେ ବଜାୟ ରଖିବା କେବଳ ଆଇନର ଉପଯୁକ୍ତ ପ୍ରକ୍ରିୟାରେ ବାଧା ସୃଷ୍ଟି କରିବ ନାହିଁ ଏବଂ ନ୍ୟାୟ ପ୍ରକ୍ରିୟାରେ ବାଧା ସୃଷ୍ଟି କରିବ ନାହିଁ ବରଂ ରାଜ୍ୟର ସାମ୍ବିଧାନିକ ବ୍ୟବସ୍ଥାକୁ ମଧ୍ୟ ଭାଙ୍ଗିଦେବ । କେଜ୍ରିୱାଲଙ୍କୁ ଗିରଫ କରାଯିବା ପରେ ଦିଲ୍ଲୀ ମନ୍ତ୍ରୀ ଆତିଶୀ ବିଭିନ୍ନ ଚ୍ୟାନେଲକୁ ସାକ୍ଷାତକାର ଦେଇ କେଜ୍ରିୱାଲ ତାଙ୍କ ପଦରୁ ଇସ୍ତଫା ଦେବେ ନାହିଁ ବୋଲି କହିଥିବା ଆବେଦନରେ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’