Masthead

ବାଜିଲା ବିଗୁଲ, ସେପ୍ଟେମ୍ବର ୩୦ରେ ହେବ ପିପିଲି ଉପନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ କଳ୍ପନା ଜଳ୍ପନାର ଅନ୍ତ । ବାଜିଲା ଉପନିର୍ବାଚନ ବିଗୁଲ । ସେପ୍ଟେମ୍ବର ୩୦ରେ ହେବ ପିପିଲି ଉପନିର୍ବାଚନ । ନିବାଚନ କମିଶନ ଏନେଇ ତାରିଖ ଘୋଷଣା କରିଛନ୍ତି । କରୋନା ପାଇଁ ସ୍ଥଗିତ ଥିଲା ନିର୍ବାଚନ । ତେବେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିଲା । ଏହାପରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଥିଲେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା । ସମସ୍ତ ଦଳ ନିର୍ବାଚନ ପାଇଁ ସମସ୍ତ ପ୍ରଚାର ଚଲାଇଥିଲେ ମଧ୍ୟ କରୋନାର ଦ୍ୱିତୀୟ ଲହର ପାଇଁ ଏହାକୁ ବନ୍ଦ କରିଦିଆଯାଇଥିଲା ।

ଏବେ ସଂକ୍ରମଣ କମିବା ପରେ ପୁଣି ଥରେ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ । ଆସନ୍ତା ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ ଉପନିର୍ବାଚନ । ଏହାପରେ ଅକ୍ଟୋବର ୩ତାରିଖରେ ପିପିଲି ନିର୍ବାଚନ ଲାଗି ଭୋଟ ଗଣତି ହେବ । ସେହି ଦିନ ହିଁ ଭୋଟ ଫଳାଫଳ ଘୋଷଣା କରିବେ ନିର୍ବାଚନ କମିଶନର । ସେହିପରି ପଶ୍ଚିମବଙ୍ଗରେ ମଧ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ରାଜ୍ୟରେ ଖାଲି ପଡିଥିବା ୩ଟି ଆସନ ପାଇଁ ମଧ୍ୟ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ