Masthead

ବାଜିଲା ବିଗୁଲ, ସେପ୍ଟେମ୍ବର ୩୦ରେ ହେବ ପିପିଲି ଉପନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ କଳ୍ପନା ଜଳ୍ପନାର ଅନ୍ତ । ବାଜିଲା ଉପନିର୍ବାଚନ ବିଗୁଲ । ସେପ୍ଟେମ୍ବର ୩୦ରେ ହେବ ପିପିଲି ଉପନିର୍ବାଚନ । ନିବାଚନ କମିଶନ ଏନେଇ ତାରିଖ ଘୋଷଣା କରିଛନ୍ତି । କରୋନା ପାଇଁ ସ୍ଥଗିତ ଥିଲା ନିର୍ବାଚନ । ତେବେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିଲା । ଏହାପରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଥିଲେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା । ସମସ୍ତ ଦଳ ନିର୍ବାଚନ ପାଇଁ ସମସ୍ତ ପ୍ରଚାର ଚଲାଇଥିଲେ ମଧ୍ୟ କରୋନାର ଦ୍ୱିତୀୟ ଲହର ପାଇଁ ଏହାକୁ ବନ୍ଦ କରିଦିଆଯାଇଥିଲା ।

ଏବେ ସଂକ୍ରମଣ କମିବା ପରେ ପୁଣି ଥରେ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ । ଆସନ୍ତା ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ ଉପନିର୍ବାଚନ । ଏହାପରେ ଅକ୍ଟୋବର ୩ତାରିଖରେ ପିପିଲି ନିର୍ବାଚନ ଲାଗି ଭୋଟ ଗଣତି ହେବ । ସେହି ଦିନ ହିଁ ଭୋଟ ଫଳାଫଳ ଘୋଷଣା କରିବେ ନିର୍ବାଚନ କମିଶନର । ସେହିପରି ପଶ୍ଚିମବଙ୍ଗରେ ମଧ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ରାଜ୍ୟରେ ଖାଲି ପଡିଥିବା ୩ଟି ଆସନ ପାଇଁ ମଧ୍ୟ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା