Masthead

ଦୁଲୁକିବ ପିପିଲି ମୈଦାନ

ପିପିଲି (ବଡ଼ ଖବର ବ୍ୟୁରୋ): ଆଜିଠୁ କମ୍ପିବ ପିପିଲି ମୈଦାନ । ପ୍ରଚାର ପାଇଁ ଓହ୍ଲାଇବେ ହେଭିୱେଟ ନେତା । ବିଜେଡି, ବିଜେପି ଏବଂ କଂଗ୍ରେସର ଷ୍ଟାର ପ୍ରଚାରକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ବିଜେଡିର ମଙ୍ଗ ଧରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସୋମବାରଠାରୁ ପିପିଲିରେ ବିଜୁ ଜନତା ଦଳର ଷ୍ଟାର ପ୍ରଚାରକ ଜୋରଦାର କରିବେ ପ୍ରଚାର । ସେଥିପାଇଁ ନବୀନଙ୍କ ନେତୃତ୍ୱରେ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ ।

ତେବେ ନବୀନ ଆସନ୍ତା ୨୨ ତାରିଖରୁ ଭର୍ଚୁଆଲି ପ୍ରଚାରରେ ଯୋଡି ହେବେ। ଅନ୍ୟପଟେ ବିଜେପିର ମଙ୍ଗ ଧରିବେ ରାଜ୍ୟର ସଭାପତି ସମୀର ମହାନ୍ତି । ତେବେ ଦଳର ଷ୍ଟାର ପ୍ରଚାରକ ରହିବେ ତିନି କେନ୍ଦ୍ର ମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱନୀ ବୈଷ୍ଣବ ଏବଂ ବିଶେଶ୍ୱର ଟୁଡୁ ସୋମବାର ଠାରୁ ପିପିଲିରେ ପ୍ରଚାର ଆରମ୍ଭ କରିବେ । ସେପଟେ କଂଗ୍ରେସ ବି ପ୍ରସ୍ତୁତ । ରବିବାର କଂଗ୍ରେସ ଭବନରେ ଏହାକୁ ନେଇ ଉପନିର୍ବାଚନ ପାଇଁ ଗଠନ ସମନ୍ନୟ କମିଟିର ବୈଠକ ବସିଥିଲା । ଚିରଞ୍ଜୀବ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଦଳ ଜୋରଦାର ପ୍ରଚାରର କରିବ ବୋଲି ସେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ