ରୁଦ୍ରଙ୍କ ପାଇଁ ଭୋଟ୍ ମାଗିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଇଦାନ ସେତେ ସରଗରମ ହେବାରେ ଲାଗିଛି । ବିଭିନ୍ନ ଦଳର ପ୍ରତିନିଧି ମାନେ ପ୍ରଚାର ମଇଦାନରେ ଜୋରସୋରରେ ପ୍ରଚାର ଚଳାଇଛନ୍ତି । ଏଥିପାଇଁ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ମାନେ ମଧ୍ୟ ଭୋଟରକୁ ଆକୃଷ୍ଟ କରିବା ପାଇଁ ଚେଷ୍ଟା କରୁଛନ୍ତି । ଅନ୍ୟପଟେ ପିପିଲି ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ମୌଦାନକୁ ଓହ୍ଲାଇବେ ବୋଲି ସୂଚନା ଦେଇଛନ୍ତି ପିପିଲି ବିଜେଡି ପର୍ଯ୍ୟବେକ୍ଷକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପିପିଲି ଯାଇ ଦଳର ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ କ୍ୟାମ୍ପେନିଂ କରିବେ । ତେବେ କେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ଯିବେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ସେପଟେ ଆସନ୍ତା ୧୫ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ହେବା ନେଇ ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ