ପିପିଲିରେ ରାଜନୈତିକ ଉଷ୍ମତା

ପିପିଲି(ବଡ଼ ଖବର ବ୍ୟୁରୋ): ପିପିଲିରେ ଅନୁଭୂତ ହେଲାଣି ଉପନିର୍ବାଚନ ତାତି । ଭୋଟ୍ ହାତେଇବାକୁ ଉଦ୍ୟମ ଆରମ୍ଭ କଲେଣି ବିଭିନ୍ନ ରାଜନୈତିକ ଦଳ । ଜନସମ୍ପର୍କ ଅଭିଯାନ ମାଧ୍ୟମରେ ସାଧାରଣ ଲୋକଙ୍କର ନିକଟତର ହେବାକୁ ଉଦ୍ୟମ ଆରମ୍ଭ କରିଛି ବିଜେପି । ଗତ ସାଧାରଣ ନିର୍ବାଚନରେ ଦୁଇ ନମ୍ବରରେ ଥିବା ବିଜେପି, ବିଜେଡ଼ିର ଏହି ଗଡକୁ ଅକ୍ତିଆର କାରିବା ପାଇଁ କସରତ ଆରମ୍ଭ କରିଛି । ପୁଣି ଥରେ ଟ୍ରାକକୁ ଫେରିବାକୁ ଚେଷ୍ଠା କରୁଛି କଂଗ୍ରେସ । ସେପଟେ ପୁଣି ଥରେ ପିପିଲିରେ ବାଲେଶ୍ଵର ଓ ତର୍ତ୍ତୋଲ ଭଳି ସଫଳତା ମିଳିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛି ବିଜେଡି ।

ବାଲେଶ୍ଵର ଓ ତିର୍ତ୍ତୋଲ ଉପନିର୍ବାଚନ ପରେ ଏବେ ପିପିଲି ଉପରେ ରହିଛି ରାଜ୍ୟବାସୀଙ୍କ ନଜର । ପିପିଲି ନିର୍ବାଚନମଣ୍ଡଳୀର ଭୋଟରଙ୍କୁ କିଏ, କିପରି ପ୍ରଭାବିତ କରିବ ସେନେଇ ଏବେ ଠାରୁ ଆରମ୍ଭ ହେଲାଣି ଅଙ୍କକଷା । ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏଠାରେ ଉପନିର୍ବାଚନ ହେଉଛି । ୭ଥର ବିଜେଡି କବଜାରେ ରହିଛି ପିପିଲି । ତେବେ ଏଥର କିଏ ଜିତୁଛି ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’