Masthead

କାହା ହାତକୁ ଯିବ ପିପିଲି ?

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଆଜି ଭୋଟ ଗଣତି । କୋଭିଡ ଗାଇଡଲାଇନ ଭିତରେ ଗଣତି ହେବ ଭୋଟ । ସକାଳ ୮ ଟାରୁ ଗଣତି ଆରମ୍ଭ ହେବ । ପୁରୀର ପେଣ୍ଠକଣ୍ଟା ଇଭିଏମ ୱେୟାର ହାଉସରେ ଭୋଟି ଗଣତି ହେବ । ପ୍ରଥମେ ପୋଷ୍ଟାଲ ବାଲାଟ୍ ଗଣତି ହେବ । ସକାଳ ୮ ଟା ୩୦ ରୁ ଇଭିଏମ ଭୋଟ କାଉଣ୍ଟିଙ୍ଗ ହେବ । ଦୁଇଟି ହଲରେ ଇଭିଏମ ଏବଂ ଗୋଟିଏ ହଲରେ ବାଲାଟା ଭୋଟ ଗଣତି ହେବ । ଇଭିଏମ ପାଇଁ ଗୋଟିଏ ହଲରେ ୭ ଟି ଲେଖାଏଁ ଟେବୁଲ ପଡିବ । ଦୁଇଟି ହଲରେ ୧୪ ଟି ଟେବୁଲ ରହିବ । ଭୋଟ ଗଣତି କରିବା ପାଇଁ ୬୨ ଜଣ କର୍ମଚାରୀ ନିୟୋଜିତ ରହିବେ । ମୋଟ ୩୪୮ ଟି ବୁଥରେ ଭୋଟି ଗ୍ରହଣ ହୋଇଥିଲା ।

୫ ଟି ଟେବୁଲରେ ରେଜଲ୍ଟ ଓ ଭିଭିପାଟ ମ୍ୟାଚ ହେବ । ପିପିଲି ଉପନିର୍ବାଚନ କାଉଣ୍ଟିଙ୍ଗର ପ୍ରତିଟି ଅପଡେଟ ନିର୍ବାଚନ ଅଧିକାରୀଙ୍କ ୱେବସାଇଟ ଉପଲବ୍ଧ ହେବ । ଭୋଟ ଗଣତି ପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗଣତି ଟେବୁଲ୍‌ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରଖିପାରିବେ। ଗଣମାଧ୍ୟମର କର୍ମଚାରୀ କେବଳ କ୍ୟାମେରା ନେଇ ଗଣତି ହଲ୍‌ ଭିତରକୁ ଯାଇପାରିବେ। କିନ୍ତୁ ସମସ୍ତେ ଦୁଇ ଡୋଜ୍ କୋଭିଡ ଟିକା ନେଇଥିବେ କିମ୍ବା କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି।

ସୂଚନାଯୋଗ୍ୟ ଯେ, ଉପନିର୍ବାଚନରେ ୧୦ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରିଛନ୍ତି। ବିଜେଡ଼ିରୁ ରୁଦ୍ର ପ୍ରତାପ ମହାରଥୀ, ବିଜେପିରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ମଇଦାନରେ ଅଛନ୍ତି। ଅନ୍ୟାନ୍ୟ ଦଳରୁ ୪ଜଣ ଓ ୩ଜଣ ସ୍ବାଧୀନ ପ୍ରାର୍ଥୀ ଅଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା