Masthead

ଏପ୍ରିଲ ୧୭ ରେ ପିପିଲି ଭୋଟ

ପିପିଲି(ବଡ଼ ଖବର ବ୍ୟୁରୋ): ଏପ୍ରିଲ ୧୭ରେ ପିପିଲି ବିଧାନସଭା ଆସନ ପାଇଁ ପଡିବ ଭୋଟ । ଏନେଇ ବିଧିବଦ୍ଧ ଘୋଷଣା କରିଛନ୍ତି ମୁଖ୍ୟନିର୍ବାଚନ କମିସନ। ମାର୍ଚ୍ଚ ୨୩ ତାରିଖରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିପରି ମାର୍ଚ୍ଚ ୩୦ରେ ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ମାର୍ଚ୍ଚ ୩୧ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ଏପ୍ରିଲ ୩ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ଏପ୍ରିଲ ୧୭ରେ ଭୋଟ ପଡିବା ସହ ମେ ୨ ତାରିଖରେ ଫଳ ଘୋଷଣା ହେବ । ଦୀର୍ଘ ଦିନ ଧରି ଲାଗିରହିଥିବା ସସପେନ୍ସ ପରେ ଶେଷରେ ତାରିଖ ଘୋଷଣା ହୋଇଛି । ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ।

ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଦୀର୍ଘ ଦିନ ଧରି ପିପିଲି ଆସନ ଖାଲି ପଡିଥିଲା । ସେ ଲଗାତର ଭାବେ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଥିବା ବେଳେ ତାଙ୍କ ଦଳ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ପ୍ରତିଯୋଗିତା ଆରମ୍ଭ ହୋଇଛି । ବିଜେଡି ମହାରଥୀ ପରିବାରରୁ କାହାକୁ ଟିକେଟ ଦେବେ ନାଁ ଆଉ କିଏ ଟିକେଟ ପାଇବେ ତାକୁ ଅପେକ୍ଷା ଥିବା ବେଳେ ଅନ୍ୟ ଦୁଇ ଦଳରେ ମଧ୍ୟ ସମାନ ସ୍ଥିତି । ବିଜେପି ପୂର୍ବରୁ ପ୍ରାଥୀ ଥିବା ଆଶ୍ରିତ ପଟ୍ଟନାୟକଙ୍କୁ ପୁଣି ଥରେ ସୁଯୋଗ ଦେଇପାରେ । ସେହିଭଳି କଂଗ୍ରେସ ମଧ୍ୟ କାହାକୁ ପ୍ରାର୍ଥୀ କରୁଛି ତାକୁ ଅପେକ୍ଷା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା