ପିପିଲି ପାଇଁ ସାନି ତାରିଖ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ପିପିଲି ଭୋଟ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନ । ମେ ୧୩ରେ ହେବ ପିପିଲି ପାଇଁ ଭୋଟ ଗ୍ରହଣ । ଏପ୍ରିଲ ୨୬ ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରାର୍ଥି। ୨୭ରେ ନାମାଙ୍କନ ଯାଞ୍ଚ ହେବା ସହ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ୨୯ ରହିଛି । ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ । ମେ ୧୮ ପୂର୍ବରୁ ଭୋଟ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏଠାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । ଏପ୍ରିଲ୧୭ରେ ଏଠାରେ ନିର୍ବାଚନ ହୋଇ ମେ ୩ରେ ଫଳାଫଳ ପ୍ରକାଶ ପାଇଥାନ୍ତା । ବିଜେଡିରୁ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପଙ୍କୁ ପ୍ରାର୍ଥି କରାଯାଥିବା ବେଳେ ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥି କରିଥିଲେ । ତେବେ କଂଗ୍ରେସ ପକ୍ଷରୁ ପ୍ରାର୍ଥି ହୋଇଥିବା ଅଜିତ ମଙ୍ଗରାଜ ପ୍ରଚାର ବେଳେ ହଠାତ ଅସୁସ୍ଥ ହୋଇଯାଇଥିଲେ । ଏହାପରେ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇ ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ନିର୍ବାଚନକୁ ସ୍ଥଗିତ ଘୋଷଣା କରିଥିଲେ ନିର୍ବାଚନ କମିଶନ । ଏବେ ପୁଣି ନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ