Masthead

ପିପିଲି ପାଇଁ ସାନି ତାରିଖ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ପିପିଲି ଭୋଟ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନ । ମେ ୧୩ରେ ହେବ ପିପିଲି ପାଇଁ ଭୋଟ ଗ୍ରହଣ । ଏପ୍ରିଲ ୨୬ ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରାର୍ଥି। ୨୭ରେ ନାମାଙ୍କନ ଯାଞ୍ଚ ହେବା ସହ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ୨୯ ରହିଛି । ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ । ମେ ୧୮ ପୂର୍ବରୁ ଭୋଟ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏଠାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । ଏପ୍ରିଲ୧୭ରେ ଏଠାରେ ନିର୍ବାଚନ ହୋଇ ମେ ୩ରେ ଫଳାଫଳ ପ୍ରକାଶ ପାଇଥାନ୍ତା । ବିଜେଡିରୁ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପଙ୍କୁ ପ୍ରାର୍ଥି କରାଯାଥିବା ବେଳେ ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥି କରିଥିଲେ । ତେବେ କଂଗ୍ରେସ ପକ୍ଷରୁ ପ୍ରାର୍ଥି ହୋଇଥିବା ଅଜିତ ମଙ୍ଗରାଜ ପ୍ରଚାର ବେଳେ ହଠାତ ଅସୁସ୍ଥ ହୋଇଯାଇଥିଲେ । ଏହାପରେ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇ ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ନିର୍ବାଚନକୁ ସ୍ଥଗିତ ଘୋଷଣା କରିଥିଲେ ନିର୍ବାଚନ କମିଶନ । ଏବେ ପୁଣି ନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ