Masthead

ମେ ୧୩ରେ ପିପିଲି ଭୋଟ

ଭୁବନେଶ୍ଵର ( ବଡ଼ ଖବର ବ୍ୟୁରୋ) : ପିପିଲି ଉପନିର୍ବାଚନ ପାଇ ଘୋଷଣା ହେଲା ସାନି ତାରିଖ । ମେ ୧୩ରେ ହେବ ପିପିଲି ଭୋଟ । ୧୬ ତାରିଖେର ହେବ ଭୋଟ ଗଣତି । ଏନେଇ ଆଜି ନିର୍ବାଚନ କମିଶନଙ୍କ କାର୍ୟ୍ୟଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ପିପିଲି ଉପନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ହୋଇଥାନ୍ତା । ମେ ୩ରେ ପ୍ରକାଶ ପାଇଥାନ୍ତା ଫଳାଫଳ । ଯାହକୁ ନେଇ ଜୋରସୋରରେ ଚାଲିଥିଲା ପ୍ରଚାର । ବିଜେପିରୁ ଆର୍ଶୀତ ପଟ୍ଟନାୟକ, ବିଜେଡିରୁ ରୁଦ୍ର ପ୍ରତାପ ମହାରଥୀ ଓ କଂଗ୍ରେସ ପକ୍ଷରୁ ଅଜିତ ମଙ୍ଗରାଜ ପ୍ରାର୍ଥୀ ହୋଇଥିଲେ । କିନ୍ତୁ ପ୍ରଚାରବେଳେ ହଠାତ ଅସୁସ୍ଥ ହୋଇ ପଡିଥିଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ । ପରେ ସେ କରୋନା ପଜିଟିଭି ଚିହ୍ନଟ ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା । ଯାହାକୁ ନେଇ ଉପନିର୍ବାଚନକୁ ସ୍ଥଗିତ ରଖିଥିଲେ ନିର୍ବାଚନ କମିଶନ । ଆଜି ସାନି ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ