Masthead

ଖୁବ୍‌ଶୀଘ୍ର ପୀତବାସ ହତ୍ୟାକାଣ୍ଡ ଖୁଲାସା: ଦକ୍ଷିଣାଞ୍ଚଳ IG

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ। ଦକ୍ଷିଣାଞ୍ଚଳ IG ନୀତି ଶେଖରଙ୍କ ବଡ଼ ସୂଚନା । ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନେ କିମ୍ବା ଦୁଇ ଦିନ ଭିତରେ ସାମ୍ବାଦିକ ସମ୍ମିଳନୀ ହେବ । ବ୍ରହ୍ମପୁର ଏସ୍‌ପି ଏନେଇ ସାମ୍ବାଦିକ ସମ୍ମିଳନୀ ଡାକିବେ। ଅକ୍ଟୋବର ୬ ତାରିଖରେ ହୋଇଥିଲା ହତ୍ୟାକାଣ୍ଡ । ପୀତବାସ ପଣ୍ଡା ରାତିରେ ଘରକୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରି ଫେରାର ହୋଇଥିଲେ। ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରୁ ବିତିଲାଣି ୧୫ ଦିନ । ତଦନ୍ତ ତ୍ୱରାନ୍ୱିତ ହୋଇଥିଲେ ବି ପୋଲିସ ହାତରେ ଠୋସ୍‌ ପ୍ରମାଣ ଲାଗିପାରିନାହିଁ । ଘଟଣାରେ ସିସିଟିଭି ଫୁଟେଜ ଯାଞ୍ଚ ସହିତ ୮୦ରୁ ଅଧିକ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି ଜେରା ଚାଲିଛି । ଅନେକଙ୍କୁ ଜେରା ପରେ ଛାଡ଼ି ଦିଆଯାଇଥିବା ବେଳେ ପୋଲିସ ୭ଜଣ ପୋଲିସ କବ୍‌ଜାରେ ଥିବା ସୂଚନା ମିଳିଛି ।

ବ୍ରହ୍ମପୁରରୁ ଜଣେ ମଦ ବ୍ୟବସାୟୀଙ୍କୁ ମଧ୍ୟ ପଚରାଉଚରା ପରେ ଛଡ଼ାଯାଇଛି । ଏପିରିକି ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କୁ ଅଟକ ରଖି ଜେରା କରୁଛି ପୋଲିସ।  ସେହିପରି ଏହି ଘଟଣାରେ ବିଷୋୟୀ ଗ୍ୟାଙ୍ଗର ସର୍ଦ୍ଦାର କୁହାଯାଉଥିବା ଅନ୍ୟତମ ଅପରାଧୀ ଫେରାର ଥିବା ଜଣାପଡିଛି ।  ତେବେ ଏହି ଘଟଣାରେ ପୋଲିସର ତଦନ୍ତ କେଉଁ ଦିଗକୁ ଯାଉଛି, ତାହା ଦେଖିବାକୁ ବାକି ରହିଲା । ଅକ୍ଟୋବର ୬ ତାରିଖରେ ହୋଇଥିଲା ହତ୍ୟାକାଣ୍ଡ । ପୀତବାସ ପଣ୍ଡା ରାତିରେ ଘରକୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରି ଫେରାର ହୋଇଥିଲେ। ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ସେପଟେ ତରବରିଆ ଭାବେ କୌଣସି ଆକ୍ସନ ନନେଇ, ପୁରା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରାଯିବ ବୋଲି ବ୍ରହ୍ମପୁର ପୋଲିସ କହିଛନ୍ତି । ଘଟଣାରେ ବ୍ରହ୍ମପୁର ଏସ୍‌ପି ନିଜ ତଦନ୍ତ କରୁଛନ୍ତି । ବଛାବଛା ଅଧିକାରୀଙ୍କୁ ନେଇ ଗଠିତ ୬ଟି ସ୍ୱତନ୍ତ୍ର ଟିମ୍‌ ଘଟଣାର ଛାନ୍‌ଭିନ୍‌ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ