Masthead

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା, କର୍ପୋରେଟରଙ୍କୁ ଜେରା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା । କର୍ପୋରେଟରଙ୍କୁ ଜେରା କରାଯାଇଛି । ବୈଦ୍ୟନାଥପୁର ଥାନାରେ କର୍ପୋରେଟରଙ୍କୁ ପୋଲିସର ୧୫ ମିନିଟ୍‌ ଜେରା କରିଛି । ୩ ପୁରୁଣା ଅପରାଧୀଙ୍କୁ ଉଠାଇ ଆଣିଛି ପୋଲିସ । ଖଲ୍ଲିକୋଟ, ଲଙ୍ଗଳଦେଇ ଓ ବ୍ରହ୍ମପୁରର ୩ ଅପରାଧୀ ବୋଲି ଜଣାପଡ଼ିଛି । ଅଟକ ଥିବା ୭ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ ଛାଡ଼ିଛି ପୋଲିସ । ସେପଟେ କମାପଲ୍ଲୀ, ମେଡିକାଲ ରୋଡ୍‌ର ସିସିଟିଭି ଯାଞ୍ଚ କରୁଛି ପୋଲିସ । ବର୍ତ୍ତମାନ ସୁଦ୍ଧା ପୀତବାସ ପଣ୍ଡା ହତ୍ୟା ଘଟଣାରେ ୬ ଅଟକ ଥିବା ସୂଚନା ମିଳିଛି ।

ବିଜେପି ନେତା ପୀତବାସ ପଣ୍ଡାଙ୍କୁ ସୋମବାର ଗୁଳିକରି ହତ୍ୟା କରାଯାଇଥିଲା । ରାତି ପ୍ରାୟ ୧୦ଟାରେ ନିଜ ଘର ପାଖ ବୈକୁଣ୍ଠନଗର ମୁଖ୍ୟ ଗଳିରେ ଠିଆ ହୋଇଥିଲେ ପୀତବାସ। ଏହି ସମୟରେ ଦୁଇ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇ ଚମ୍ପଟ୍ ମାରିଥିଲେ  । ସେଇଠି ହିଁ ବେହୋସ୍ ହୋଇ ତଳେ ପଡ଼ିଯାଇଥିଲେ ପୀତବାସ  । ବ୍ରହ୍ମପୁର ଏମକେସିଜିରେ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବ୍ୟବଚ୍ଛେଦ ବେଳେ ୯ ଏମଏମ୍ ଗୁଳି ପୀତବାସଙ୍କ ମେରୁଦଣ୍ଡ ନିକଟରୁ ବାହାରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ