ପୀତବାସ ପଣ୍ଡା ହତ୍ୟା ମାମଲା, ବିଜେଡି ନେତାଙ୍କୁ ଉଠାଇ ନେଲା ପୋଲିସ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବିଜେପି ନେତା ତଥା ଆଇନଜୀବୀ ପୀତବାସ  ପଣ୍ଡା ହତ୍ୟାକାଣ୍ଡ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜେରା । ହତ୍ୟା ମାମଲାରେ ପୁଲିସ ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ପଚରା ଉଚୁରା କରିଛି । ତାଙ୍କୁ ଭୁବନେଶ୍ୱରରୁ ଏକ ଟ୍ରାନଜାକ୍ସନ ପ୍ରସଙ୍ଗରେ ପଚରାପଚରି ପାଇଁ ପୁଲିସ ଡକାଇଥିଲା  ଗତକାଲି ରାତିରେ ତାଙ୍କୁ ପୁଲିସର ଏକ ସ୍ୱତନ୍ତ୍ର ଟିମ ଆସି ଡାକି ନେଇଥିବା ସୂଚନା ମିଳିଛି । ବିଳମ୍ବିତ ରାତି ଯାଏଁ ତାଙ୍କୁ ଜେରା କରାଯାଇଛି ।

 ଏହି ମାମଲାରେ ପୂର୍ବରୁ ଜଣେ କର୍ପୋରେଟର ଓ ବରିଷ୍ଠ ନେତାଙ୍କୁ ପୁଲିସ ଅଟକ ରଖିଛି । ହେଲେ ହାଇପ୍ରୋଫାଇଲ ହତ୍ୟାକାଣ୍ଡର ରହସ୍ୟ ଭେଦି ପାରିନି ପୁଲିସ । ଏହାରି ଭିତରେ ପୂର୍ବତନ ବିଧାୟକ ଶ୍ରୀ ପଣ୍ଡାଙ୍କୁ ପୁଲିସର ପଚରାଉଚୁରା ଚର୍ଚ୍ଚାର ବିଷୟ ହୋଇଛି ।  ଏହି ମାମଲାରେ ପୂର୍ବରୁ ଜଣେ କର୍ପୋରେଟର୍ ଏବଂ ଜଣେ ଛାତ୍ରନେତାଙ୍କ ସମେତ ମୋଟ ୮ ଜଣଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା ଜାରି ରଖିଥିଲା। ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ସାର୍ପସୁଟର୍ ଓ ଆଉ ଜଣେ ଛାତ୍ରନେତାଙ୍କୁ ମଧ୍ୟ ଅଟକ ରଖାଯାଇଥିବା ସୂଚନା ମିଳିଛି। ପୀତବାସ ପଣ୍ଡା ହତ୍ୟାକାଣ୍ଡର ତଦନ୍ତ ଜୋରଦାର ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ