Masthead

ଖାଦ୍ୟ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପାଇଲେ ପୀୟୂଷ ଗୋଏଲ

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ): ଗତକାଲି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁପରେ ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗର ଅତିରିକ୍ତ ଦାୟିତ୍ୱ୍ୱ ଅନ୍ୟତମ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଦିଆଯାଇଛି । ଏହାସହିତ ପୀୟୂଷ ଗୋଏଲ କେନ୍ଦ୍ର ରେଳ ଏବଂ ବାଣିଜ୍ୟ, ଉଦ୍ୟୋଗ ମନ୍ତ୍ରଣାଳୟର କ୍ୟାବିନେଟ ମନ୍ତ୍ରୀଭାବେ ମଧ୍ୟ ଦାୟିତ୍ୱ ତୁଲାଉଛନ୍ତି । ଗତକାଲି କେନ୍ଦ୍ରମନ୍ତ୍ରୀ ପାଶୱାନଙ୍କ ଅକାଳ ବିୟୋଗ ପରେ ସମଗ୍ର ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଥିଲା । କରୋନା ମହାମାରୀ ସମୟରେ ଏହି ବିଭାଗର ଗୁରୁତ୍ୱ ଅଧିକ ଥିବାବେଳେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ରାମବିଳାସ ପାଶୱାନ ଦୀର୍ଘ ଦିନ ଧରି ରୋଗରେ ଆକ୍ରାନ୍ତ ହୋଇ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ କାଲି ଅପରାହ୍ନରେ ସେ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ଏପରି ଅକାଳ ବିୟୋଗରେ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ୱ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ