Masthead

ଫିଲିପାଇନ୍ସରେ ବଡ ଧରଣର ବିମାନ ଦୁର୍ଘଟଣା

(ବଡ଼ ଖବର ବ୍ୟୁରୋ): ଫିଲିପାଇନ୍ସରେ ବଡ ଧରଣର ବିମାନ ଦୁର୍ଘଟଣା । ସୂଚନା ମୁତାବକ ସେନାରେ ବିମାନ ଦୁର୍ଘଟଣା ହୋଇଛି । ଯେତେବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସେତେବେଳେ ବିମାନରେ ୮୫ ଜଣ ଯାତ୍ରୀ ଥିଲେ । ଫିଲପାଇନ୍ସ ସେନା ପ୍ରମୁଖ ସିରିଲିଟେ ସୋବେଜନା କହିଛନ୍ତି କି ଦୁର୍ଘଟଣା ଦକ୍ଷିଣ ଫିଲିପାଇନ୍ସରେ ହୋଇଛି ।

ବିମାନରେ ଥିବା ୮୫ ଜଣଙ୍କ ମଧ୍ୟରୁ ୧୫ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସୂଚନା ମୁତାବକ ଫିଲିପାଇନ୍ସ ବାୟୁସେନାର ସି-୧୩୦ ବିମାନଟି ରବିବାର ଦିନ ସକାଳେ ପାଟିକୁଲ ନିକଟରେ ଦୁର୍ଘଟଣାରେ ଶିକାର ହୋଇଛି । ବିମାନଟି ଯେତେବେଳେ ସୁଲୁ ପ୍ରାନ୍ତ ଜିଲ୍ଲା ଦ୍ୱୀପ ନିକଟରେ ଅବତରଣ କରିବାକୁ ଚେଷ୍ଟା କରୁଥିଲା

ସେହି ସମୟରେ ବିମାନରେ ନିଆଁ ଲାଗିଯାଇଥିଲା । ବିମାନଟି ତଳକୁ ଓହ୍ଲାଇବା ବେଳକୁ ପୁରା ବିମାନରେ ନିଆଁ ଲାଗିସାରିଥିଲା । ଖବର ପାଇବା ପରେ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରୁଛି ।ଏହାସହ ଅନ୍ୟ ଲୋକମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଛି । ବିମାନରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ