Masthead

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଯୁକ୍ତ୨ ନାମଲେଖା ଶେଷ ହୋଇଛି । କିନ୍ତୁ ଏବେ ବି ଅନେକ ଉଚ୍ଚ ମାଧ୍ୟମିକ ସ୍କୁଲରେ ସିଟ ଖାଲି ପଡ଼ିଛି । ଏହି ବଳକା ସିଟ ପୂରଣ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି । ବଳକା ସିଟ ନାମଲେଖା ପାଇଁ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନା ଅନୁସାରେ, ୨୦୨୧-୨୨ ଶିକ୍ଷାବର୍ଷରେ ଯୁକ୍ତ୨ କଲେଜର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ଖାଲିଥିବା ସିଟ୍‌ ପୂରଣ ପାଇଁ ପୁଣିଥରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ।

ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରେ ସାମ୍‌ସ ୱେବସାଇଟ୍‌ରେ www.samsodisha.gov.in କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌) ଉପଲବ୍ଧ ହେବ। ଆବେଦନ ପାଇଁ ଯୋଗ୍ୟ ଛାତ୍ରଛାତ୍ରୀ ୨୫ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ୩୦ରେ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ନଭେମ୍ବର ୧ରୁ ୩ ମଧ୍ୟରେ ଅନୁଷ୍ଠିତ ହେବ। ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ଡାଟା ଅପ୍‌ଡେଟେସନ୍‌ ନଭେମ୍ବର ୫ ସୁଦ୍ଧା କରାଯିବ।

୯ ତାରିଖରେ ସ୍ପଟ୍‌ ନାମଲେଖା ଲାଗି ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୯ ଓ ୧୦ ତାରିଖରେ ନାମ ପଞ୍ଜୀକରଣ କରିବେ ଏବଂ ୧୧ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ନଭେମ୍ବର ୧୧ ଓ ୧୨ରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ସ୍ପଟ୍‌ ନାମଲେଖା‌ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା