Masthead

ଛିଡ଼ୁନି ଯୁକ୍ତ ଦୁଇ ମୂଲ୍ୟାୟନ ଦ୍ୱନ୍ଦ୍ୱ, ଆଜି ପୁଣି ବସିପାରେ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନକୁ ନେଇ ଲାଗିରହିଛି ଦ୍ୱନ୍ଦ୍ୱ । ଆଜି ପୁଣି ବସିପାରେ ବୈଠକ । ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ପାଇଁ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲା ପରିଷଦ। ତେବେ ଏହି କମିଟି ପକ୍ଷରୁ ବୁଧବାର ମୂଲ୍ୟାୟନକୁ ନେଇ ବୈଠକ ହୋଇଥିବାବେଳେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିନି। କମିଟି ପକ୍ଷରୁ ତଥ୍ୟ ଦାଖଲ ପାଇଁ ସମୟ ନିର୍ଘଣ୍ଟ ହୋଇଥିଲେ ମଧ୍ୟ ସହମତି ପ୍ରକାଶ ପାଇ ନ ଥିବା ଜଣାପଡ଼ିଛି। ୧୦ ଦିନ ମଧ୍ୟରେ କମିଟି ତଥ୍ୟ ଦାଖଲ କରିବାକୁ ଧାର୍ୟ୍ୟ ହୋଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନି।ଅବଧି ଅତିକ୍ରାନ୍ତ କରିଥିବାବେଳେ କମିଟି ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିନି।

ବିଭିନ୍ନ ଦିଗକୁ ନେଇ ବିଚାର ବିମର୍ଶ କରାଯାଇଥିବା ବେଳେ ଶିକ୍ଷାବିତଙ୍କର ମତ ନିଆଯାଇଛି। ମୁଖ୍ୟତଃ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍କ ଆଧାରରେ ଯୁକ୍ତ ଦୁଇ ପାଠ୍ୟକ୍ରମର ମୂଲ୍ୟାୟନ କରାଯିବ। ତେବେ ଯୁକ୍ତ ଦୁଇ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଓ ପରୀକ୍ଷା ଦେଇ ନ ଥିବା (ଗତବର୍ଷ ଅନୁପସ୍ଥିତ ଥିବା) ବିଦ୍ୟାର୍ଥୀଙ୍କୁ କିଭଳି ମାର୍କ ଦିଆଯିବ ତାକୁ ନେଇ ଆଲୋଚନା କରାଯାଇଛି। ତେବେ ଆଜି ପୁଣି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପରୀକ୍ଷାକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା