Masthead

ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା! ଫେବୃଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଡିସେମ୍ବର ୨୫ରୁ ଜାନୁଆରୀ ୧୫ ଯାଏଁ ପ୍ରାକ୍ଟିକାଲ ଶେଷ ହେବ। ସେପଟେ ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା, ଏଣିକି ୮୦ ମାର୍କରୁ ୨୪ ମାର୍କ ରଖିଲେ ପାସ୍। ଇଂରାଜୀ ଓ ମାତୃଭାଷାରୁ ରଚନାକୁ ବାଦ ଦିଆଯାଇଥିବା ବେଳେ ଆଉ ପ୍ରଶ୍ନପତ୍ରରେ ଆସିବନି ୧୦ ମାର୍କ ବିଶିଷ୍ଟ ପ୍ରଶ୍ନ। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରୀ ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି