ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା! ଫେବୃଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଡିସେମ୍ବର ୨୫ରୁ ଜାନୁଆରୀ ୧୫ ଯାଏଁ ପ୍ରାକ୍ଟିକାଲ ଶେଷ ହେବ। ସେପଟେ ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା, ଏଣିକି ୮୦ ମାର୍କରୁ ୨୪ ମାର୍କ ରଖିଲେ ପାସ୍। ଇଂରାଜୀ ଓ ମାତୃଭାଷାରୁ ରଚନାକୁ ବାଦ ଦିଆଯାଇଥିବା ବେଳେ ଆଉ ପ୍ରଶ୍ନପତ୍ରରେ ଆସିବନି ୧୦ ମାର୍କ ବିଶିଷ୍ଟ ପ୍ରଶ୍ନ। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରୀ ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!