Masthead

ପ୍ରକାଶ ପାଇଲା +୨ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ । କଳାରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଛି । ୧,୦୪,୪୪୭ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୫,୯୧୩ ଉତ୍ତୀର୍ଣ୍ଣ ହୋଇଛନ୍ତି । କଳାରେ ପୁଅଙ୍କ ପାସ୍‌ ହାର ୭୨.୬୮ ପ୍ରତିଶତ ୧,୩୦,୭୭୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୧୪,୫୧୬ ଉତ୍ତୀର୍ଣ୍ଣ । ଝିଅଙ୍କ ପାସ୍ ହାର ୮୭.୫୬ ପ୍ରତିଶତ ରହିଛି । ମୋଟ୍ ପରୀକ୍ଷା ଦେଇଥିଲେ ୨,୩୫,୨୧୮; ପାସ୍ କରିଛନ୍ତି ୧,୯୦,୪୨୯ ।

ସେହିପରି ଯୁକ୍ତ ଦୁଇ ବିଜ୍ଞାନରେ ବି ଝିଅଙ୍କ ବାଜିମାତ୍ । ୬୦,୯୭୩ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୨,୫୬୭ ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନରେ ପୁଅଙ୍କ ପାସ୍‌ ହାର ୮୬. ୨୧ ପ୍ରତିଶତ ରହିଛି । ୫୪,୯୨୨ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୧୯୦ ପାସ୍ କରିଛନ୍ତି । ଝିଅଙ୍କ ପାସ୍ ହାର ୮୭.୭୪ ପ୍ରତିଶତ ରହିଛି । ସେହିପରି ଯୁକ୍ତ ଦୁଇ କମର୍ସରେ ବି କମାଲ ଦେଖାଇଲେ ଝିଅ । ବାଣିଜ୍ୟରେ ୯୪୩୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୦୬୯ ପାସ୍ କରିଛନ୍ତି । ୧୬,୪୬୬ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୩,୨୩୯ ପାସ୍ କରିଛନ୍ତି । ଝିଅଙ୍କ ପାସ୍ ହାର ୮୫.୫୫%, ପୁଅଙ୍କ ପାସ୍ ହାର ୮୦.୪୦% ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ