Masthead

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଆସିବ ମାଟ୍ରିକ ରେଜଲ୍ଟ । ସକାଳ ୯ଟାରେ ପ୍ରଥମେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ। ଏହାପରେ ସକାଳ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷାଫଳ । ୧୧.୩୦ ସୁଦ୍ଧା ୱେବସାଇଟରେ ମିଳିବ ରେଜଲ୍ଟ । ୱେବସାଇଟ www.bscodisha.ac.inରେ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଦେଖିହେବ । ଇଣ୍ଟରନେଟ୍ ସୁବିଧା ନଥିଲେ ଛାତ୍ରଛାତ୍ରୀ ଏବଂ ଅଭିଭାବକ ମାନେ ମୋବାଇଲ ଫୋନରେ ମେସେଜ୍ କଲେ ମଧ୍ୟ ପାଇପାରିବେ ରେଜଲ୍ଟ। ଏଥିପାଇଁ OR10 ସ୍ପେଶ୍ ROLL NUMBER ଲେଖି ୫୬୭୬୭୫୦କୁ SMS କଲେ ମୋବାଇଲରେ ପହଞ୍ଚିଯିବ ରେଜଲ୍ଟ।ଚଳିତ ବର୍ଷ ପ୍ରଥମ ଥର ପାଇଁ ରେଜଲ୍ଟ ଘୋଷଣାର ୬ ଘଣ୍ଟା ପରେ ଅର୍ଥାତ୍ ଅପରାହ୍ନ ୪ଟା ବେଳକୁ ଅନଲାଇନ ଏବଂ ହ୍ବାଟ୍ସଆପରେ ଛାତ୍ରଛାତ୍ରୀ ଡିଜିଟାଲ ମାଟ୍ରିକ ପ୍ରମାଣପତ୍ର ପାଇପାରିବେ। ଏଥିପାଇଁ BSE/Hi ଲେଖି ୭୭୧୦୦-୫୮୧୯୨ ନମ୍ବରରେ ହ୍ବାଟ୍ସଆପ୍ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏବର୍ଷ ୫ ଲକ୍ଷ ୪୧ ହଜାର ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି।

ସେହିପରି ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏଥର ପ୍ରଥମ ଥର ପାଇଁ ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ। ଛାତ୍ରଛାତ୍ରୀମାନେ www.orissaresults.nic.inରେ ରେଜଲ୍ଟ ଦେଖିପାରିବେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି