Masthead

୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାର୍ବାଡସରେ ଇତିହାସ ରଚିଲା ଭାରତ । ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଟି ଟ୍ବେଣ୍ଟି ବିଶ୍ବକପ ଚାମ୍ପିଅନ । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟାଇଟଲ୍‌ ହାତେଇଲା ଟିମ୍‌ ଇଣ୍ଡିଆ । ଏହା କେବଳ ଟିମ୍‌ ଇଣ୍ଡିଆ ନୁହେଁ ପୂରା ଭାରତ ପାଇଁ ଆଣି ଦେଇଛି ଖୁସି। ଦେଶବ୍ୟାପୀ ପାଳନ କରାଯାଉଛି ଉତ୍ସବ। ଭାରତର ବିଭିନ୍ନ ସ୍ଥାନରେ କ୍ରିକେଟ୍‌ ପ୍ରେମୀମାନେ ବାଜା ବଜାଇ ବାଣ ଫୁଟାଇ ଉତ୍ସବ ପାଳନ କରିଛନ୍ତି। ୨୦୧୧ରେ ଧୋନୀଙ୍କ ନେତୃତ୍ୱରେ ବିଶ୍ୱକପ ହାସଲ ପରେ ପୁଣିଥରେ ୨୦୨୪ ଭାରତକୁ ଫେରିଛି ବିଶ୍ୱକପ୍।

ତେବେ ଭାରତ ଟି-୨୦ ବିଶ୍ୱକପ୍‌ ଜିତିବା ପରେ ବିଭିନ୍ନ ମହଲରୁ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛାର ସୁଅ ଛୁଟିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କ୍ରିକେଟ୍‌ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ‘ଟି –ଟ୍ୱେଣ୍ଟି ବିଶ୍ୱକପ ଜିତିବା ପାଇଁ ଟିମ୍ ଇଣ୍ଡିଆକୁ ମୋର ହାର୍ଦ୍ଦିକ ଅଭିନନ୍ଦନ। କଦାପି ହାର ମାନି ନ ଥିବାରୁ ଦଳ କଠିନ ପରିସ୍ଥିତିର ସମ୍ମୁଖୀନ ହୋଇଥିଲା ଏବଂ ଟୁର୍ଣ୍ଣାମେଣ୍ଟରେ ଉତ୍କୃଷ୍ଟ ଦକ୍ଷତା ପ୍ରଦର୍ଶନ କରିଥିଲା। ଫାଇନାଲ ମ୍ୟାଚରେ ଏହା ଏକ ଅସାଧାରଣ ବିଜୟ ଥିଲା। ସାବାସ୍‌, ଟିମ୍ ଇଣ୍ଡିଆ!’ ସେହିପରି ବିଶ୍ୱ ବିଜୟୀ ଭାରତୀୟ କ୍ରିକେଟ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ କ୍ରିକେଟ ଦଳର ଏହି ଅଦ୍ଭୂତପୂର୍ବ ବିଜୟରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି। ସେହିପରି ଭାରତର ବିଶ୍ୱକପ୍‌ ବିଜୟୀ ପାଇଁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଠାରୁ ଆରମ୍ଭ କରି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପର୍ଯ୍ୟନ୍ତ ବିଭିନ୍ନ ନେତା ମାନେ ସୋସିଆଲ ମିଡ଼ିଆ ମାଧ୍ୟମରେ ରୋହିତ ବାହିନୀକୁ ଶୁଭେଛା ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା