ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା । ବିହାର ଭାଗଲପୁରରେ ୧୯ତମ କିସ୍ତି ପ୍ରଦାନ କରିବେ ମୋଦି । ଡିବିଟି ଜରିଆରେ ଖାତାକୁ ଯିବ ୨୨ ହଜାର କୋଟିର ଅର୍ଥରାଶି । ଉପକୃତ ହେବେ ୯ କୋଟି ୭୦ ଲକ୍ଷ ଚାଷୀ । ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା । ପିଏମ ମୋଦି ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ ।

ସରକାର ଏହି କିସ୍ତି ପାଇଁ ୨୦ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି। ପିଏମ କିଷାନ ଯୋଜନାରେ ଦେଶର କୃଷକଙ୍କୁ ଆର୍ଥିକ ସ୍ଥିରତା ପ୍ରଦାନ କରୁଛି । ପୂର୍ବରୁ ଯୋଜନାର ୧୮ତମ କିସ୍ତି ୨୦୨୪ ଅକ୍ଟୋବର ୫ରେ ମହାରାଷ୍ଟ୍ରରୁ ଜାରି କରିଥିଲେ ପ୍ରଧାନମନ୍ତ୍ରୀ । ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରୁଛନ୍ତି ସରକାର । ପ୍ରତ୍ୟେକ ୪ ମାସ ବ୍ୟବଧାନରେ ବାର୍ଷିକ ୩ କିସ୍ତିରେ କୃଷକଙ୍କ ଆକାଉଣ୍ଟକୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ