Masthead

ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା । ବିହାର ଭାଗଲପୁରରେ ୧୯ତମ କିସ୍ତି ପ୍ରଦାନ କରିବେ ମୋଦି । ଡିବିଟି ଜରିଆରେ ଖାତାକୁ ଯିବ ୨୨ ହଜାର କୋଟିର ଅର୍ଥରାଶି । ଉପକୃତ ହେବେ ୯ କୋଟି ୭୦ ଲକ୍ଷ ଚାଷୀ । ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା । ପିଏମ ମୋଦି ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ ।

ସରକାର ଏହି କିସ୍ତି ପାଇଁ ୨୦ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି। ପିଏମ କିଷାନ ଯୋଜନାରେ ଦେଶର କୃଷକଙ୍କୁ ଆର୍ଥିକ ସ୍ଥିରତା ପ୍ରଦାନ କରୁଛି । ପୂର୍ବରୁ ଯୋଜନାର ୧୮ତମ କିସ୍ତି ୨୦୨୪ ଅକ୍ଟୋବର ୫ରେ ମହାରାଷ୍ଟ୍ରରୁ ଜାରି କରିଥିଲେ ପ୍ରଧାନମନ୍ତ୍ରୀ । ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରୁଛନ୍ତି ସରକାର । ପ୍ରତ୍ୟେକ ୪ ମାସ ବ୍ୟବଧାନରେ ବାର୍ଷିକ ୩ କିସ୍ତିରେ କୃଷକଙ୍କ ଆକାଉଣ୍ଟକୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ