Masthead

ଆଜିଠୁ ତିନି ଦିନିଆ ଡିଜିପି ସମ୍ମିଳନୀ; ସାମିଲ ହେବେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ଏନଏସଏ ଅଜିତ୍ ଡୋଭାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ । ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ । ଅପରାହ୍ନରେ ମୋଦି ଓ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ବିମାନବନ୍ଦର ନିକଟରେ ଆୟୋଜିତ ଏକ ସଭାରେ ଉଦବୋଧନ ଦେବେ ମୋଦି । ସେଠାରୁ ସିଧାସଳଖ ରାଜଭବନ ଯିବେ । ସନ୍ଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ସେଠାରେ ପ୍ରାୟ ୨ ଘଣ୍ଟା ରହିବେ।

ଦଳର ବରିଷ୍ଠ ପଦାଧିକାରୀଙ୍କ ସମେତ ଜନପ୍ରତିନିଧିଙ୍କ ସହିତ କରିବେ ରୁଦ୍ଧଦ୍ୱାର ବୈଠକ। ଫୋକସରେ ରହିବ ସରକାର ଓ ସଂଗଠନ।  ଏହାକୁ ନେଇ ରାଜ୍ୟ ବିଜେପିର ନେତାଠୁ ନେଇ କର୍ମୀଙ୍କ ମନରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ଆଜି ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ମନ୍ତ୍ରୀ, ସାଂସଦ, ବିଧାୟକ, କର୍ମୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ରାଜ୍ୟ ସରକାରଙ୍କ ୬ମାସର ଉପଲବ୍ଧି ଉପରେ ଆଲୋଚନା କରିବା ସହ ଆଗାମୀ କାର୍ଯ୍ୟପନ୍ଥା ନେଇ ମୋଦୀ ଦଳର କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେଇପାରନ୍ତି । ବିରୋଧୀ ବିଜେଡ଼ି ଓ କଂଗ୍ରେସକୁ କିଭଳି ଭାବେ ମାତ ଦେଇ ରାଜ୍ୟରେ ବିଜେପି ଆହୁରି ଆଗକୁ ଯିବ ସେନେଇ ବ୍ଲୁପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ