Masthead

ସାମ୍ନାକୁ ଆସିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଧ୍ୟାନମଗ୍ନ ଫଟୋ

କନ୍ୟାକୁମାରୀ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ମାସ ହେଲା ଜୋର୍‌ଦାର ପ୍ରଚାର କରିବା ପରେ ତାମିଲନାଡୁର କନ୍ୟାକୁମାରୀରେ ପହଞ୍ଚି ପ୍ରସିଦ୍ଧ ବିବେକାନନ୍ଦ ରକ୍‌ ମେମୋରିଆଲରେ ୪୮ ଘଣ୍ଟିଆ ଧ୍ୟାନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଧ୍ୟାନ ସାଧନାର ଫଟୋ ସାମ୍ନାକୁ ଆସିଛି । । ଫଟୋରେ ମୋଦି ଗେରୁଆ ରଙ୍ଗର ବସ୍ତ୍ର ପରିଧାନ କରିବା ସହ ହାତରେ ରୁଦ୍ରାକ୍ଷ ଧରିଛନ୍ତି। ଧ୍ୟାନ ସାଧନା ଅବସରରେ ଯୋଗୀ ମୁଦ୍ରାରେ ନଜର ଆସିଛନ୍ତି। ସେ ଜପାମାଳି ଧରି ପ୍ରାର୍ଥନା କରୁଛନ୍ତି। ଧ୍ୟାନ ପୂର୍ବରୁ ମୋଦି ସୂର୍ୟ୍ୟଙ୍କୁ ଅର୍ଘ୍ୟ ଦେଇଥିଲେ।
ଥିରୁଭାନନ୍ଥପୁରମ୍‌ରୁ ହେଲିକପ୍ଟର ଯୋଗେ ମୋଦି କନ୍ୟାକୁମାରୀରେ ପହଞ୍ଚିଲେ। ସେ ଭଗବତୀ ଆମ୍ମାନ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବୋଟ୍‌ ଯୋଗେ ରକ୍‌ ମୋମୋରିଆଲକୁ ଯାଇଥିଲେ। ଜୁନ୍‌ ୧ ପର୍ୟ୍ୟନ୍ତ ସେ ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନରେ ବସିରହିବେ। ଧୋତି ଓ ଧଳା ଚାଦର ପରିହିତ ପ୍ରଧାନମନ୍ତ୍ରୀ ମନ୍ଦିରରେ ପ୍ରାର୍ଥନା କରିବା ପରେ ଗର୍ଭଗୃହକୁ ପ୍ରଦକ୍ଷିଣ କରିଥିଲେ। ପୂଜକମାନେ ସ୍ବତନ୍ତ୍ର ଆରତି କରିବା ସହ ମୋଦିଙ୍କୁ ଶାଲ୍‌ ଏବଂ ମନ୍ଦିରର ଅଧିଷ୍ଠାତ୍ରୀ ଦେବୀଙ୍କ ଫଟୋ ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା