Masthead

ନୋବେଲ ଶାନ୍ତି ପୁରସ୍କାର, ମୋଦି ଦାବିଦାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୋବେଲ ଶାନ୍ତି ପୁରସ୍କାର ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନୋବେଲ ପୁରସ୍କାର କମିଟିର ଡେପୁଟି ଲିଡର ଆସଲେ ଦୋଜ୍ କହିଛନ୍ତି । ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଦି ରେସରେ ସବୁଠୁ ଆଗରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶାସନକୁ ପ୍ରଶଂସା କରି ସେ କହିଛନ୍ତି, ମୋଦିଙ୍କ ବିଶେଷ ନୀତି ଯୋଗୁ ଭାରତ ଏକ ଧନୀ ଏବଂ ଶକ୍ତିଶାଳୀ ଦେଶ ହେବାକୁ ଯାଉଛି। ଭାରତକୁ ଶାନ୍ତିର ଉତ୍ତରାଧିକାରୀ ବୋଲି କହି ଆସଲେ ଟୋଜେ କହିଛନ୍ତି ଯେ, ଭାରତ ଏକ ମହାଶକ୍ତି ହେବାକୁ ଯାଉଛି।

ଯୁଦ୍ଧ ବନ୍ଦ କରିବା ତଥା ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ସବୁଠାରୁ ବିଶ୍ୱସ୍ତ ନେତା। ଦୁନିଆର ପ୍ରତ୍ୟେକ ନେତା ଶାନ୍ତି ପାଇଁ କାର୍ୟ୍ୟ କରିବା ଉଚିତ ଏବଂ ନରେନ୍ଦ୍ର ମୋଦିଙ୍କ ପରି ଜଣେ ଶକ୍ତିଶାଳୀ ନେତାଙ୍କର ଏହା କରିବାର ଅଧିକ ଦକ୍ଷତା ରହିଛି। ପ୍ରଧାନମନ୍ତ୍ରୀ ମୋଦି ଜଣେ ଏମିତି ନେତା, ଯିଏ କେବଳ ଭାରତ ତଥା ଏହାର ଅର୍ଥନୀତିର ଉନ୍ନତିର ଯତ୍ନ ନେଉନାହାଁନ୍ତି ବରଂ ବିଶ୍ୱର ବିଭିନ୍ନ କାର୍ୟ୍ୟରେ ସହଯୋଗ କରନ୍ତି। ଆସଲେ ଟୋଜେ ନରୱେ ନୋବେଲ କମିଟିର ଉପନେତା ଅଛନ୍ତି। ନୋବେଲ ଶାନ୍ତି ପୁରସ୍କାର ବିଜେତା ହିଁ କମିଟି ସ୍ଥିର କରନ୍ତି। ଏହି କମିଟି ଭାରତରେ ପହଞ୍ଚିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା