ଇଟାଲୀ ଗସ୍ତରେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ତାଙ୍କର ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ। ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବେ । ଏହି ବୈଠକରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ବୈଦେଶିକ ସଚିବ ବିନୟ କ୍ୱାଟ୍ରା ନୂଆଦିଲ୍ଲୀରେ କହିଛନ୍ତି ଯେ ଶୁକ୍ରବାର ଦିନ ହେବାକୁ ଥିବା ସମ୍ମିଳନୀରେ ଭାରତକୁ ଆମନ୍ତ୍ରଣ କରାଯାଇଛି। ଏହି ଗସ୍ତ ଭାରତ ଏବଂ ଗ୍ଲୋବାଲ ସାଉଥ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ହେବାକୁ ଥିବା ଆଲୋଚନାଚକ୍ରରେ ବିଶ୍ୱ ନେତାଙ୍କ ସହ ସାମଲ୍‌ ହେବାର ଏକ ସୁଯୋଗ ହେବ ବୋଲି ସେ କହିଛନ୍ତି। ଏହି ସମ୍ମିଳନୀରେ ୧୧ତମ ଥର ଅଂଶଗ୍ରହଣ କରିବା ଭାରତ । ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ପଞ୍ଚମ ଥର ପାଇଁ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଜି ୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ୟ ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବାର ସମ୍ଭାବନା ରହିଛି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଏକ ବୈଠକ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ