Masthead

ଦୌଡ଼ିଲା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। କାର୍ଯ୍ୟକ୍ରମରେ ଭର୍ଚ୍ଚୁଆଲରେ ଯୋଡି ହୋଇଥିଲେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବନ୍ଦେ ଭାରତ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ବନ୍ଦେ ଭାରତରେ ଭାରତର ଗତି ଓ ପ୍ରଗତି ପ୍ରତିଫଳିତ ହେଉଛି। ସାଢ଼େ ୬ ଘଣ୍ଟା ପୁରୀରୁ କୋଲକାତାରେ ପହଞ୍ଚିବେ ଯାତ୍ରୀ ।

ଏହି ବନ୍ଦେ ଭାରତ ଏକ୍ସପ୍ରେସ୍ ଓଡ଼ିଶା ଓ ପଶ୍ଚିମବଙ୍ଗର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମ୍ବଦ୍ଧକୁ ସମୃଦ୍ଧ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ବିଗତ ୯ ବର୍ଷ ହେଲାଣି ଓଡ଼ିଶାକୁ ରେଳ ଅନୁଦାନ ବଢ଼ି ଚାଲିଛି। ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପ ଅନେକ ବର୍ଷ ହେଲା ପଡ଼ି ରହିଥିଲା। ଏବେ ଏହି ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁଛି। ଓଡ଼ିଶାରେ ଶତ ପ୍ରତିଶତ ରେଳ ବିଦ୍ୟୁତକରଣ କାର୍ଯ୍ୟ ସଂପନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ