ଟିକା ନେଲେ ପ୍ରଧାନମନ୍ତ୍ରୀଙ୍କ ମା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଗୁରୁବାର ଦିନ କରୋନା ଟିକାର ପ୍ରଥମ ଡୋଜ ନେଲେ । ଏହି ଖବର ନିଜେ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଲୋକଙ୍କୁ ଟିକା ନେବା ପାଇଁ ମଧ୍ୟ କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟର ସେୟାର କରି କହିଛନ୍ତି, ମୁଁ ଖୁସି ଯେ ମୋ ମା’ ଆଜି କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ, ତୁମ ଆଖପାଖରେ ଯେଉଁମାନେ ଟିକା ନେବାକୁ ଯୋଗ୍ୟ ଅଟନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତୁ ଏବଂ ଟିକା ନେବାକୁ ଉତ୍ସାହିତ କରନ୍ତୁ । ଏହା ପୂର୍ବରୁ ମାର୍ଚ୍ଚ ୧ରେ କରୋନା ଟିକାର ପ୍ରଥମ ଡୋଜ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିଲ୍ଲୀର ଏମ୍ସରେ ତାଙ୍କୁ କରୋନା ଟିକାର ପ୍ରଥମ ଡୋଜ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’