Masthead

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜେ.ପି. ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଏଥିପାଇଁ ଭୁବନେଶ୍ବରରୁ ନବରଙ୍ଗପୁର ଯାଏଁ ଉତ୍ସାହିତ ବିଜେପି ଶିବିର। ଓଡ଼ିଶାରେ ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାରୁ ମୋଦିଙ୍କ ମନ୍ତ୍ର ବିଜେପି କର୍ମୀଙ୍କ ମଧ୍ୟରେ ଜୋସ୍ ଭରିବ। ଆଜି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବରରେ ରାତ୍ରି ଯାପନ ପରେ ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଗସ୍ତରେ ଯିବେ। ସେଠାରେ ପ୍ରଧାନମନ୍ତ୍ରୀ ବିଶାଳ ଜନସଭାକୁ ସମ୍ବୋଧନ କରିବା କାର୍ୟ୍ୟକ୍ରମ ରହିଛି। ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ସାଧାରଣ ସଭାକୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ। ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ ମୋଦି।

ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ଜିଲ୍ଲା ପ୍ରଶାସନ ଓ ପୋଲିସ୍ ସହ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ମୁତୟନ ଥିବା SPG ଗ୍ରୁପ୍ ଆଲୋଚନା କରିଛନ୍ତି। ଅନ୍ୟପଟେ ଆଜି ଆସିବ ବିଜେପିର ନିର୍ବାଚନୀ ଇସ୍ତାହାର। ଏଥିପାଇଁ ଭୁବନେଶ୍ବର ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା। ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବା ସହିତ ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବେ। ଏହାପରେ କଟକ ଯାଇ ଦଳୀୟ ନେତା ଓ କର୍ମୀଙ୍କୁ ନଡ୍ଡା ଭେଟିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ