Masthead

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ । ପ୍ରଥମ ଥର ପାଇଁ ସଂସଦରେ ହାତ ମିଳାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଓ ରାହୁଲ ଗାନ୍ଧି ଉଭୟଙ୍କୁ କରମର୍ଦ୍ଦନ କରୁଥିବାର ଦେଖିବାକୁ ମିଳିଥିଲା ।

ଓମ୍‌ ବିର୍ଲା ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ମୋଦି ଏବଂ ରାହୁଲ ଏକାସାଙ୍ଗରେ ହାତ ମିଶାଇ ଅଭିବାଦନ ଗ୍ରହଣ କରିବା ପରେ ଓମ୍‌ ବିର୍ଲାଙ୍କୁ ନିଜ ସିଟକୁ ଛାଡିବାକୁ ଯାଇଥିଲେ ମୋଦି ଏବଂ ରାହୁଲ । ଆଗରେ ଓମ୍‌ ବିର୍ଲା, ପଛରେ ମୋଦି, ତା’ପଛରେ ରାହୁଲ ଗାନ୍ଧି ଯାଉଥିବାର ଦେଖିବାକୁ ମିଳିଥିଲା ।

ସଂସଦର ପରମ୍ପରା ଅନୁଯାୟୀ, ପ୍ରଧାନମନ୍ତ୍ରୀ, ବିପକ୍ଷ ନେତା ଲୋକସଭା ବାଚସ୍ପତିଙ୍କୁ ସାଂସଦ ସିଟରୁ ଅଧ୍ୟକ୍ଷ ସିଟ୍‌ ପର୍ଯ୍ୟନ୍ତ ନେଇ ଯିବେ । ଲୋକସଭା ବାଚସ୍ପତି ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ଏବଂ ରାହୁଲ ଗାନ୍ଧି ଓମ୍‌ ବିର୍ଲାଙ୍କୁ ନିଜ ସିଟ୍‌ ପର୍ଯ୍ୟନ୍ତ ନେଇ ଛାଡିଥିଲେ । ଆଉ ଏହି ସମୟରେ ରାହୁଲ ଏବଂ ମୋଦି ହାତ ମିଳାଇଥିଲେ । ଏହି ମୁହୂର୍ତ୍ତ ସମସ୍ତଙ୍କ ଧ୍ୟାନ ଆକର୍ଷିତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର