Masthead

ଆଜି ୩ ଜିଲ୍ଲାରେ ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାରାଥନ ପ୍ରଚାର । ୩ ଜିଲ୍ଲା ଫୁଲବାଣୀ, ବରଗଡ଼ ଓ ବଲାଙ୍ଗିରରେ ନିର୍ବାଚନୀ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଏନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀ ସକାଳ ୯ଟା୩୦ରେ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀର ଫୁଲବାଣୀ ଷ୍ଟାଡିୟମଠାରେ ଏକ ଜନସଭାରେ ଯୋଗଦେବେ। ଏହାପରେ ୧୧ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଏବଂ ୧ଟା ୩୦ରେ ବରଗଡ଼ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହାପରେ ମୋଦି ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ରାତି ୮ଟା ୪୫ରେ ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ଶୋ’ କାର୍ଯ୍ୟକ୍ରମ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ପ୍ରାୟ ୧ ଘଣ୍ଟା ଧରି ଚାଲିଥିଲା। ତେବେ ମୋଦିଙ୍କୁ ଦେଖିବା ଲାଗି ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ରୋଡ୍‌ ଶୋ’ ଶେଷ କରିବା ପରେ ମୋଦି ବାଣୀବିହାରଠାରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତକରି ରାତି ପ୍ରାୟ ୯ଟା ୫୩ ମିନିଟ୍‌ ସମୟରେ ସେଠାରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ଶୋ’ ଦେଖିବା ଲାଗି ଲକ୍ଷାଧିକ ଲୋକଙ୍କ ସମାଗମ ମଧ୍ୟ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’