Masthead

ଆଜି ୩ ଜିଲ୍ଲାରେ ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାରାଥନ ପ୍ରଚାର । ୩ ଜିଲ୍ଲା ଫୁଲବାଣୀ, ବରଗଡ଼ ଓ ବଲାଙ୍ଗିରରେ ନିର୍ବାଚନୀ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଏନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀ ସକାଳ ୯ଟା୩୦ରେ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀର ଫୁଲବାଣୀ ଷ୍ଟାଡିୟମଠାରେ ଏକ ଜନସଭାରେ ଯୋଗଦେବେ। ଏହାପରେ ୧୧ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଏବଂ ୧ଟା ୩୦ରେ ବରଗଡ଼ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହାପରେ ମୋଦି ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ରାତି ୮ଟା ୪୫ରେ ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ଶୋ’ କାର୍ଯ୍ୟକ୍ରମ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ପ୍ରାୟ ୧ ଘଣ୍ଟା ଧରି ଚାଲିଥିଲା। ତେବେ ମୋଦିଙ୍କୁ ଦେଖିବା ଲାଗି ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ରୋଡ୍‌ ଶୋ’ ଶେଷ କରିବା ପରେ ମୋଦି ବାଣୀବିହାରଠାରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତକରି ରାତି ପ୍ରାୟ ୯ଟା ୫୩ ମିନିଟ୍‌ ସମୟରେ ସେଠାରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ଶୋ’ ଦେଖିବା ଲାଗି ଲକ୍ଷାଧିକ ଲୋକଙ୍କ ସମାଗମ ମଧ୍ୟ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼