ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଆଜିରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ସଂସଦର ସମସ୍ତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ଆଜି ହେଉଛି ଗୌରବର ଦିନ। ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ନୂତନ ସଂସଦରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି।

ଏହି ମହାନ ଦିନରେ ମୁଁ ସମସ୍ତ ନୂତନ ନିର୍ବାଚିତ ଏମ୍‌ପିମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସମସ୍ତଙ୍କୁ କାମନା କରୁଛି। ପ୍ରଧାନମନ୍ତ୍ରୀ ମୋଦୀ ନିଜର ଅଭିଭାଷଣ ରଖିବା ପରେ ସାଂସଦ ଭାବେ ଶପଥ ନେଲେ । ଶପଥ ଗ୍ରହଣ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ଏହାସହ ଶପଥ ନେଉଛନ୍ତି ଅନ୍ୟ ନବନିର୍ବାଚିତ ସାଂସଦ । ଓଡିଶାରୁ ସମ୍ବଲପୁରରୁ ସାଂସଦ ନିର୍ବାଚିତ ହୋଇ ଯାଇଥିବା ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଓଡିଆରେ ଶପଥ ନେଇଛନ୍ତି ଧର୍ମେନ୍ଦ୍ର ।

Leave a Reply

Your email address will not be published. Required fields are marked *