Masthead

ଜାନୁଆରୀ ୨୨ରେ ଉଦ୍‌ଘାଟନ ହେବ ଅଯୋଧ୍ୟା ରାମ ମନ୍ଦିର, ପ୍ରଧାନମନ୍ତ୍ରୀ ହେବେ ସାମିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୨୨ ତାରିଖରେ ଉଦ୍‌ଘାଟନ ହେବ ଅଯୋଧ୍ୟାରେ ନିର୍ମିତ ଭବ୍ୟ ଶ୍ରୀରାମ ମନ୍ଦିର  । ଅପରାହ୍ନ ୧୨.୩୦ ମିନିଟ୍‌ରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସ୍ବତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଏନେଇ ବୁଧବାର ରାମଜନ୍ମ ଭୂମି ତୀର୍ଥ ଟ୍ରଷ୍ଟର ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟି କାର୍ୟ୍ୟକ୍ରମରେ ସାମିଲ ହେବାର ନିମନ୍ତ୍ରଣ ଦେଇଥିଲେ।ଏହାକୁ ପ୍ରଧାନମନ୍ତ୍ରୀ ସ୍ବୀକାର କରିଥିବା ଜଣାପଡ଼ିଛି। ଏହି ଉତ୍ସବରେ ୪ ହଜାର ସାଧୁସନ୍ଥ ଓ ୨୫ ଶହ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିବେ । ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ଏହା ୧୦ ଦିନ ଧରି ଚାଲିବ ।

ବର୍ତ୍ତମାନ ମନ୍ଦିରର ନିର୍ମାଣ କାମ ଜୋରସୋରରେ ଆଗେଇ ଚାଲିଛି । ଡିସେମ୍ବର ସୁଦ୍ଧା ନିର୍ମାଣ କାମ ସାରିବାକୁ ଲକ୍ଷ୍ୟ ରଖିଛି ଟ୍ରଷ୍ଟ । ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଦିବସ ଘୋଷଣା ହେବା ପରେ ଭାବବିହ୍ୱଳ ହୋଇପଡିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ‘‘ଜୟ ସୀୟାରାମ ! ଆଜିର ଦିନ ଭାବନାରେ ଭରି ରହିଛି । ଆଜି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ଅଧିକାରୀଗଣ ମୋର ବାସଭବନକୁ ଆସିଥିଲେ । ସେମାନେ ମତେ ଶ୍ରୀରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଛନ୍ତି । ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ