Masthead

ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ଦଶମ ଗଭର୍ନିଂ କାଉନସିଲ୍ ବୈଠକ ବସିବ । ଦିଲ୍ଲୀ ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ରେ ବୈଠକ ବସିବ । ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଯୋଗଦେବେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ବିକଶିତ ରାଷ୍ଟ୍ର ଦୃଷ୍ଟିକୋଣ ପାଇଁ ରାଜ୍ୟ-ନେତୃତ୍ୱାଧୀନ ରଣନୀତି ଉପରେ ହେବ ଆଲୋଚନା।

କେନ୍ଦ୍ର ସରକାରଙ୍କ ଦୀର୍ଘକାଳୀନ ବିକାଶ ଉଦ୍ଦେଶ୍ୟ ଅନୁଯାୟୀ ରାଜ୍ୟଗୁଡ଼ିକ କିପରି ସେମାନଙ୍କର ଯୋଜନା ଡିଜାଇନ୍ କରିବେ ତାହା ଉପରେ ବୈଠକରେ ହେବ ଆଲୋଚନା । ବୈଠକର ମୁଖ୍ୟ ଲକ୍ଷ୍ୟ ହେଉଛି ଜାତୀୟ ବିକାଶ ଢାଞ୍ଚା ସହିତ ଆଞ୍ଚଳିକ ବିକାଶ ପ୍ରାଥମିକତାକୁ ସମନ୍ୱିତ କରିବା। ଆଜିର ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବେ।

ଏହି ଅବସରରେ ମୋହନ ଚରଣ ମାଝୀ ଓଡ଼ିଶାର ବିଭିନ୍ନ ବିକାଶ ମୁଳକ ଯୋଜନା ଉପରେ ନିଜ ମତ ଉପସ୍ଥାପନ କରିବେ। ରାଜ୍ୟଗୁଡ଼ିକ ମାନବ ପୁଞ୍ଜି, ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି, ସ୍ଥିରତା ଏବଂ ଆର୍ଥିକ କାର୍ଯ୍ୟ ଯୋଜନା ଭଳି ପ୍ରମୁଖ କ୍ଷେତ୍ର ପାଇଁ ସେମାନଙ୍କର ଯୋଜନାଗୁଡ଼ିକୁ ଅଂଶୀଦାର କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି