Masthead

ଆଜିଠୁ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ପୁରୀରୁ ହାୱଡ଼ା ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ । ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ଗୋଟାଏରେ ଭର୍ଚୁଆଲ୍ ମୋଡରେ ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ କରିବେ । ଉଦଘାଟନ ସମୟରେ ପୁରୀ ଷ୍ଟେସନରେ ଉପସ୍ଥିତ ରହିବେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଓଡ଼ିଶାରୁ ପ୍ରଥମ ଥର ପାଇଁ ପୁରୀରୁ ହାୱଡ଼ା ଅଭିମୁଖେ ଗଡ଼ିବ ସେମି ହାଇସ୍ପିଡ ଟ୍ରେନ । ପଶ୍ଚିମବଙ୍ଗ ପାଇଁ ଏହା ହେବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ହାୱଡ଼ା ମଧ୍ୟରେ ଏହା ହେବ ସବୁଠୁ ଦ୍ରୁତଗାମୀ ଟ୍ରେନ୍ । ପୂର୍ବରୁ ପଶ୍ଚିମବଙ୍ଗରେ ହାୱଡା-ଜଲପାଇଗୁଡି ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଆରମ୍ଭ ହୋଇଥିଲା । ପାଖାପାଖି ୫୦୦ କିଲୋମିଟରର ଦୂରତା ସାଢ଼େ ୬ ଘଣ୍ଟାରେ ଅତିକ୍ରମ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା ‘ବନ୍ଦେ ଭାରତ ଏକ୍ସପ୍ରେସ’ ସମେତ ପ୍ରାୟ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ୟ୍ୟକ୍ରମ ରହିଛି । ନିର୍ଦ୍ଧାରିତ ହୋଇଥିବା କାର୍ୟ୍ୟସୂଚୀ ଅନୁସାରେ, ପୁରୀ ଓ କଟକ ରେଳଷ୍ଟେସନର ପୁନଃବିକାଶ କାର୍ୟ୍ୟର ଶିଳାନ୍ୟାସ ସହ ଓଡ଼ିଶାରେ ରେଳ ନେଟୱର୍କର ଶତ ପ୍ରତିଶତ ବିଦ୍ୟୁତୀକରଣକୁ ଲୋକାର୍ପଣ କରିବେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ