Masthead

ଆଜିଠୁ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ପୁରୀରୁ ହାୱଡ଼ା ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ । ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ଗୋଟାଏରେ ଭର୍ଚୁଆଲ୍ ମୋଡରେ ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ କରିବେ । ଉଦଘାଟନ ସମୟରେ ପୁରୀ ଷ୍ଟେସନରେ ଉପସ୍ଥିତ ରହିବେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଓଡ଼ିଶାରୁ ପ୍ରଥମ ଥର ପାଇଁ ପୁରୀରୁ ହାୱଡ଼ା ଅଭିମୁଖେ ଗଡ଼ିବ ସେମି ହାଇସ୍ପିଡ ଟ୍ରେନ । ପଶ୍ଚିମବଙ୍ଗ ପାଇଁ ଏହା ହେବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ହାୱଡ଼ା ମଧ୍ୟରେ ଏହା ହେବ ସବୁଠୁ ଦ୍ରୁତଗାମୀ ଟ୍ରେନ୍ । ପୂର୍ବରୁ ପଶ୍ଚିମବଙ୍ଗରେ ହାୱଡା-ଜଲପାଇଗୁଡି ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଆରମ୍ଭ ହୋଇଥିଲା । ପାଖାପାଖି ୫୦୦ କିଲୋମିଟରର ଦୂରତା ସାଢ଼େ ୬ ଘଣ୍ଟାରେ ଅତିକ୍ରମ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା ‘ବନ୍ଦେ ଭାରତ ଏକ୍ସପ୍ରେସ’ ସମେତ ପ୍ରାୟ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ୟ୍ୟକ୍ରମ ରହିଛି । ନିର୍ଦ୍ଧାରିତ ହୋଇଥିବା କାର୍ୟ୍ୟସୂଚୀ ଅନୁସାରେ, ପୁରୀ ଓ କଟକ ରେଳଷ୍ଟେସନର ପୁନଃବିକାଶ କାର୍ୟ୍ୟର ଶିଳାନ୍ୟାସ ସହ ଓଡ଼ିଶାରେ ରେଳ ନେଟୱର୍କର ଶତ ପ୍ରତିଶତ ବିଦ୍ୟୁତୀକରଣକୁ ଲୋକାର୍ପଣ କରିବେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି